ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ଉଗ୍ର ହେବା ସହ ଏବେ ରେକର୍ଡ ଭାଙ୍ଗିଛି । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୨ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ଗଞ୍ଜାମ, ଝାରସୁଗୁଡା ଜିଲ୍ଲାରୁୁ ୪ ଜଣ ଲେଖାଏଁ,ଅନୁଗୁଳ,କଳାହାଣ୍ଡି, ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ସେହିପରି ପୁରୀ, ଗଜପତି ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ରହିଥିବା ବେଳେ କଟକ, ବଲାଙ୍ଗୀର, କେନ୍ଦୁଝର, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।