ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ଉଗ୍ର ହେବା ସହ ଏବେ ରେକର୍ଡ ଭାଙ୍ଗିଛି । ଗୋଟେ ପଟେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୩ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ ଅଜି ୧୦୯୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୭୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୪୭୬୧ ଜଣ ସ୍ଥାନୀୟ ଅଞ୍ଚଳର ।