ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ତାଣ୍ଡବ ରଚୁଛି । ଆକ୍ରାନ୍ତଙ୍କ ସଂଖ୍ୟାରେ ଅଜି ହ୍ରାସ ଘଟିଛି କିନ୍ତୁ ମୃତକଙ୍କ ସଂଖ୍ୟା ବୃଦ୍ଧି ହେବାରେ ଲାଗିଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୪ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୧୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ଆଜି ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ଘଟିବା ସହ ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭୭୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୯୬୨ ଜଣ ସ୍ଥାନୀୟ ଅଞ୍ଚଳର ।