ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଉଗ୍ର ହେଉଛି କିଲର ଭାଇରସ । ଅବଶ୍ୟ ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଛି କିନ୍ତୁ ମୃତକଙ୍କ ସଂଖ୍ୟା ରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୫ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁୁଗୁଳରୁ ୫ ଜଣ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ, ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ଏବଂ ସମ୍ବଲପୁର, ମାଲକାନାଗିରି ଏବଂ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।