ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କିଲର ଭାଇରସ । ଥମୁନି କୋପ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୫ ମୁଣ୍ଡ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁୁଗୁଳରୁ ୫ ଜଣ, କଳାହାଣ୍ଡି , କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ନବରଙ୍ଗପୁର, ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁରହିଛନ୍ତି ।