ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମ୍ୟତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଲା ୩୭ ମୁଣ୍ଡ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁୁଗୁଳରୁ ୫ ଜଣ, କଳାହାଣ୍ଡି , କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ନବରଙ୍ଗପୁର, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁରହିଛନ୍ତି ।