ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମ୍ୟତୁ ସଂଖ୍ୟାରେ ଲାଗୁନି ବ୍ରେକ । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୦ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଅନୁୁଗୁଳ, କଳାହାଣ୍ଡି, କଟକ, ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ଝାରସୁଗୁଡାରୁ ୪ ଜଣ, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖାଁଏ, ସମ୍ବଲପୁର, ଦେଓଗଡ, ନବରଙ୍ଗପୁରରୁ ୨ ଜଣ ଲେଖାଁଏ, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ମାଲକାନାଗିରିରୁ ଜଣେ ଲେଖାଏଁ ରହିଛନ୍ତି ।