ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କରୋନା । ବଢିଚାଲିଛି ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୨ ମୁଣ୍ଡ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି, କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ଝାରସୁଗୁଡା, ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦ୍ରାପଡା, ଗଜପତି, ଦେଓଗଡ, ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ , ଗଞ୍ଜାମ, ପୁରୀ ଜିଲ୍ଲାରୁଜଣେ ଲେଖାଏଁ ରହିଛନ୍ତି ।