ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆତଙ୍କ ଖେଳାଉଛିି କରୋନା । ଲଗାତର ଭାବେ ବଢିଚାଲିଛି ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୩୯ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି, ଝାରସୁଗୁଡା,ଅନୁୁଗୁଳ, ରାୟଗଡା ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ ଦେବଗଡ, ବୌଦ୍ଧ, ଗଜପତି , ଗଞ୍ଜାମ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।