ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ତାଣ୍ଡବ । ଲଗାତର ଭାବେ ବଢିଚାଲିଛି ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୦ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ବୌଦ୍ଧ, ଅନୁଗୁଳ, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ , ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁଜଣେ ଲେଖାଏଁ ରହିଛନ୍ତି ।