ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୨ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଟକ, ଅନୁଗୁଳ ଜିଲ୍ଲାରୁ ୪ ଜଣ ଲେଖାଏଁ, ଦେବଗଡ, ବୌଦ୍ଧ, କଳାହାଣ୍ଡି, ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି ।