ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୧ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଜପତି, ଜଗତସିଂହପୁର, ବରଗଡ଼ ,ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।