ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ କରୋନା ନେଇଛି ୪୩ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ, ଅନୁଗୁଳ ଓ ସୁନ୍ଦରଗଡ , ବରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ,କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ୩ ଜଣ ଲେଖାଏଁ , ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।