ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ ସର୍ବାଧିକ କରୋନା ନେଇଛି ୪୭ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୬୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୦୮୭ ଜଣ ସ୍ଥାନୀୟ ଅଞ୍ଚଳର ।