ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ଥମୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ଯାହାଫଳରେ ରାଜ୍ୟରେ ଏବେ ରେକର୍ଡ ଭାଙ୍ଗିଛି କରୋନା ମୃତ୍ୟୁ ସଂଖ୍ୟା । ସେହିପରି ଗୋଟେଦିନରେ ପୁଣି ରାଜ୍ୟରୁ ସର୍ବାଧିକ କରୋନା ନେଇଛି ୪୪ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୪୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ , କଟକ, ଜଗତସିଂହପୁର, ରାୟଗଡ଼ା କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ବାଲେଶ୍ୱର, ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ , ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।