ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ଥମୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ହେଲେ ୨୪ ଘଣ୍ଟା ମଧ୍ୟରେ ସାମାନ୍ୟ ହ୍ରାସ ଘଟି ୪୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ ରୋନା ନେଇଛି ୩୯ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୭୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ପୁରୀ , କଟକ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ, ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଢେଙ୍କାନଳ, ବରଗଡ, ନବରଙ୍ଗପୁର ଓ ନୂଆପଡା, ରୁ ଜଣେ ଲେଖାଏଁ ରହିଛନ୍ତି ।