ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । କମୁଛି ସଂକ୍ରମଣ ହେଲେ ଥମୁନି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ୪୦ ଜୀବନ । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ବରଗଡ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ରାୟଗଡା, ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।