ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ଯାହାଫଳରେ ଗୋଟେଦିନରେ ୪୦ ଉପରେ କରୋନା ରୋଗୀଙ୍କ ମୃତ୍ୟୁ ହେଉଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୬ ଆକ୍ରାନ୍ତ ଆଖିବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ପୁରୀ, ବରଗଡ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ ଓ ଜଗତସିଂହପୁର ଜିଲ୍ଲାରୁ ୩ ଜଣ ଲେଖାଏଁ , ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।