ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ଯାହାଫଳରେ ଗୋଟେଦିନରେ ୪୦ ଉପରେ କରୋନା ରୋଗୀଙ୍କ ମୃତ୍ୟୁ ହେଉଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୪ ଆକ୍ରାନ୍ତ ଆଖିବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ହେବା ପରେ ଏବେ ପୁଣି ବଢି ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।