ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅଧିକ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ଯାହାଫଳରେ ଗୋଟେଦିନରେ ୪୦ ଉପରେ କରୋନା ରୋଗୀଙ୍କ ମୃତ୍ୟୁ ହେଉଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୦ ଆକ୍ରାନ୍ତ ଆଖିବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ପୁରୀ, ବରଗଡ ଓ କଟକ ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ , ପୁରୀ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ , ସେହିପରି ଗଞ୍ଜାମ, ଜିଲ୍ଲାରୁ ଜଣେ ରହିଛନ୍ତି ।