ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ତାଣ୍ଡବ ରଚୁଛି କରୋନା । ଯାହାଫଳରେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ପ୍ରତ୍ୟେକ ଦିନ ଜୀବନ ନେଉଛି କିଲର ଭାଇରସ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୮ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୭୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କଟକ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ଗଞ୍ଜାମ, ସୁନ୍ଦରଗଡ, ଜିଲ୍ଲାରୁ ୪ ଜଣ ଲେଖାଏଁ, ଢେଙ୍କାନାଳ, ବୌଦ୍ଧ, ବରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ , ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି