ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଯାହାଫଳରେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ପ୍ରତ୍ୟେକ ଦିନ ଜୀବନ ନେଉଛି କିଲର ଭାଇରସ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୫ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ପୁରୀ ଓ ନୟାଗଡ ରୁ ୫ ଲେଖାଏଁ, କେନ୍ଦୁଝର ଓ ଗଞ୍ଜାମ ରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ ଓ ବରଗଡ ରୁ ୩ ଲେଖାଏଁ, କଟକ,ଅନୁଗୋଳ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।