ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ଯାହାଫଳରେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି ପଛେ ଥମିବାର ନାଁ ଧରୁନି । ପ୍ରତ୍ୟେକ ଦିନ ଜୀବନ ନେଉଛି କିଲର ଭାଇରସ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୪୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୧୦୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ କରୋନା ଗ୍ରାଫ ଉପର ତଳ ହେଉଛି । ଆଜି ୩୨୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାପରେ ରାଜ୍ୟରେ ଏବେ ସୁଧା ମୋଟ ୯୧୬୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି ।