ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଥିବା ବେଳେ ଏବେ ରେକର୍ଡ ଭାଙ୍ଗିଛି । ଯାହାଫଳରେ ମୃତ୍ୟୁ ସଂଖ୍ୟା ଗୋଟେଦିନରେ ୫୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫୨ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୨୪୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯ ଜଣ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ, ବରଗଡ ରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କନ୍ଧମାଳ, ମୟୂରଭଞ୍ଜ , କଟକରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।