ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଥିବା ବେଳେ ଏବେ ଦୈନିକ ମୃତ୍ୟୁସଂଖ୍ୟା ୫୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫୧ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୨୯୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ରୁ୯ ଜଣ, ବରଗଡ, ମୟୂରଭଞ୍ଜରୁ , ଢେଙ୍କାନାଳ ରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ସୁନ୍ଦରଗଡ ପୁରୀରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।