ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଥିବା ବେଳେ ଏବେ ଦୈନିକ ମୃତ୍ୟୁସଂଖ୍ୟା ୫୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ସର୍ବାଧିକ ୫୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୩୫୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ପୁରୀ , ଢେଙ୍କାନାଳ,ବରଗଡ଼, ଜିଲ୍ଲାରୁ ୫ଜଣ , ନୟାଗଡ଼, ସୁନ୍ଦରଗଡ଼, ରାୟଗଡ଼ା, ଗଞ୍ଜାମ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଯାଜପୁର,କଟକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ. ଜଗତସିଂହପୁର,ଅନୁଗୁଳ , କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।