ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୫ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୭୯୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ , ବରଗଡ଼ ୧୦ଜଣ ,ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ,ପୁରୀ ଜିଲ୍ଲାରୁ ୬ଜଣ , ନବରଙ୍ଗପୁର ଜିଲ୍ଲାରୁ ୪ଜଣ ,ଗଜପତି ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ବାଲେଶ୍ୱର , ମୟୁରଭଞ୍ଜ ,ଝାରସୁଗୁଡ଼ା, କନ୍ଧମାଳ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।