ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୮୬୧ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ , ବରଗଡ଼ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ .ବାଲେଶ୍ୱର ଜିଲ୍ଲାରୁ ୮ଜଣ , ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ମୟୁରଭଞ୍ଜ.ଭଦ୍ରକ, ଜିଲ୍ଲାରୁ ୨ଜଣ ଲେଖାଏଁ , କଟକ, ଜଗତସିଂହପୁର, ପୁରୀ,ବଲାଙ୍ଗୀର, ଗଞ୍ଜାମ, କଳାହାଣ୍ଡି, ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।