ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୯୯୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ , ଗଞ୍ଜାମ ଜିଲ୍ଲାରୁ ୮ଜଣ .ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ପୁରୀ, ,ମୟୁରଭଞ୍ଜ, ଜିଲ୍ଲାରୁ ୬ଜଣ ଲେଖାଏଁ ,ବରଗଡ଼ ଜିଲ୍ଲାରୁ ୪ଜ, ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର, ଯାଜପୁର ,ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।