ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୦୫୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ , ୨୩ଜଣ ,ଗଞ୍ଜାମ ଜିଲ୍ଲାରୁ ୮ଜଣ , ସୁନ୍ଦରଗଡ଼, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ , ବୌଦ୍ଧ ଜିଲ୍ଲାରୁ ୫ଜଣ ରହିଛନ୍ତି । , ନୟାଗଡ଼, ବରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର, ଯାଜପୁର, ଭଦ୍ରକ, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।