ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୩୦୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ , ବାଲେଶ୍ୱର ଜିଲ୍ଲାରୁ ୮ଜଣ , ବରଗଡ଼ ଜିଲ୍ଲାରୁ ୭ଜଣ , ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ପୁରୀ,ଅନୁଗୁଳ, ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ଜଣ । ସେହିପରି ମୟୁରଭଞ୍ଜ , କନ୍ଧମାଳ, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।