ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୯ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୩୭୭ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।