ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୫୧୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ ,ଅନୁଗୁଳ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ ଲେଖାଏଁ , ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ , ପୁରୀ ଜିଲ୍ଲାରୁ ୫ଜଣ , ଗଞ୍ଜାମ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିର ,ଦେବଗଡ଼, ଢେଙ୍କାନାଳ, ଯାଜପୁର, ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।