ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୨ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୫୭୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪୨ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ,କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ପୁରୀ, ଜଗତସିଂହପୁର , କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।