ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୦ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୬୩୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼଼ ଜିଲ୍ଲାରୁ ୧୪ଜଣ , ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ , କଟକ, ଅନୁଗୁଳ, ଜିଲ୍ଲାରୁ ୬ଜଣ ଲେଖାଏଁ , ପୁରୀ ,କେନ୍ଦୁଝର, ଜିଲ୍ଲାରୁ ୫ଜଣ ଲେଖାଏଁ , ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି