ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୫ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୭୬୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ , ବରଗଡ଼ ଜିଲ୍ଲାରୁ ୭ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ଯାଜପୁର, ପୁରୀ ,ଅନୁଗୁଳ, ବଲାଙ୍ଗୀର , କଟକ, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଜଗତସିଂହପୁର , କେନ୍ଦ୍ରାପଡ଼ା ,ଭଦ୍ରକ, ଗଜପତି, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।