ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୮୩୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୧୧ ଜଣ କଟକ ଜିଲ୍ଲାରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୮, ଭଦ୍ରକ ଜିଲ୍ଲାରୁ ୬, ଯାଜପୁର ଜିଲ୍ଲାରୁ ୫, ପୁରୀ ,ଜଗତସିଂହପୁର ,ଗଞ୍ଜାମ, ଜିଲ୍ଲାରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା,ବାଲେଶ୍ଵର, ଓ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।