ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୪ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫୯୬୬ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ , ଖୋର୍ଦ୍ଧା , ଭଦ୍ରକ, କଟକ ଜିଲ୍ଲାରୁ ୮ଜଣ ଲେଖାଏଁ , ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ଲେଖାଏଁ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ , ନୟାଗଡ଼ , ଢେଙ୍କାନାଳ, ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଜଗତସିଂହପୁର, ଯାଜପୁର , କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।