ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୦୩୩ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ , ସେହିପରି ଜଗତସିଂହପୁର , ଗଞ୍ଜାମ ଜିଲ୍ଲାରୁ ୪ଜଣ ଲେଖାଏଁ , , ଭଦ୍ରକ ,ଅନୁଗୁଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । କେନ୍ଦ୍ରାପଡ଼ା ,ବାଲେଶ୍ୱର, ଝାରସୁଗୁଡ଼ା, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।