ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୧୬୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ନୟାଗଡ଼ , ଭଦ୍ରକ, ବଲାଙ୍ଗୀର, ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ଢେଙ୍କାନାଳ ,ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।