ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଚିନ୍ତା ବଢାଉଛି କରୋନା ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୩୦୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୯ ଜଣ, କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୋଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ପୁରୀ ,ବଲାଙ୍ଗୀର, ଓ ମୟୂରଭଞ୍ଜ ରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।