ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୪ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୫୬୫ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ , ଯାଜପୁର,କଟକ, ନୟାଗଡ଼, ପୁରୀ ,ମୟୁରଭଞ୍ଜ, ଜିଲ୍ଲାରୁ ୩ଜଣ ଲେଖାଏଁ ,ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ୨ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, ଗଞ୍ଜାମ, ବଲାଙ୍ଗୀର, ଜଗତସିଂହପୁର , ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।