ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୦ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୭୫୭ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, କଟକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀରରୁ ୬ଜଣ, ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି ।