ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୪ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬୮୮୭ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ , ଢେଙ୍କାନାଳ, ଗଜପତି, ଯାଜପୁର, ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।