ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୨୮୯ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରେ କରୋନା ଗ୍ରାଫ ଉପର ତଳ ହେଉଛି । ଆଜି ରାଜ୍ୟରେ ଏକ ହଜାର ତଳକୁ ଖସିଛି ଦୈନକ ମାମଲା । ସେହିଅନୁଯାୟୀ ୯୧୧ ମାମଲା ଚିହ୍ନଟ ହୋଇଛି ।