ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଥମୁନି କରୋନା କୋପ । ଦିନକୁ ଦିନ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ଜୀବନ ପରେ ଜୀବନ ନେଇ ଚାଲିଛି କିଲର ଭାଇରସ । ଦୈନିକ ମୃତ୍ୟୁସଂଖ୍ୟା ୬୦ ଉପରେ ରହିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୬୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭୯୦୧ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ , ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।