ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ଦିନକୁ ଦିନ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉ ଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଛି । ଯାହାଫଳରେଦୈନିକ ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ପୁଣି ୫୩ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୦୨୨ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରୁ ଆଜି ୭୧୯ ନୂତନ ମାମଲା ଚିହ୍ନଟ ହୋଇଛନ୍ତି । ଏହାସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।