ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ଦିନକୁ ଦିନ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉ ଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୦୨୮ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ ରାଜ୍ୟରୁ ଆଜି ୭୫୪ ନୂତନ ମାମଲା ଚିହ୍ନଟ ହୋଇଛନ୍ତି । ଏହାସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୯୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।