ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ଦିନକୁ ଦିନ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉ ଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୭ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୦୪୭ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।