ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିବା ଫଳରେ ଆଶ୍ୱସ୍ତି ମିଳିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୬ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୧୧୪ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ରାଜ୍ୟରୁ ଆଜି ୪୫୭ ନୂତନ ମାମଲା ଚିହ୍ନଟ ହୋଇଛନ୍ତି । ଏହାସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୩୬୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।